ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri