୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସରକାରୀ, ବେସରକାରୀ, ଡିମ୍‌ଡ ବିଶ୍ୱବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଶନିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଥିଲା। ଏଥିସହ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ବ ଓ ମାଜିଷ୍ଟରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପ୍ରଥମାର୍ଦ୍ଧ ଅର୍ଥାତ୍‌ ଅପରାହ୍ନ ୨ଟା ଯାଏ ବନ୍ଦ ରହିବ ବୋଲି ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା।

Share