ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ

ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟଲ ପ୍ରଦର୍ଶନୀ ଉଦ୍‌ଘାଟନ କରିବା ସହିତ ବାଜପେୟୀଙ୍କ ଜୀବନୀ, ମାର୍ଗଦର୍ଶନ ଏବଂ ତାଙ୍କ ଆଦର୍ଶ ବିଷୟରେ ଆଲୋଚନା କରିଥିଲେ। ବିକଶିତ ଭାରତର ବିଶୁ ମହାରଣା ଭାବେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ବିବେଚନା କରି ବିକଶିତ ଭାରତ ପାଇଁ ସମସ୍ତେ ଜଣେ ଜଣେ ଧର୍ମପଦ ହେବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟ ଅତିଥି ପୂଜାରୀ ଆହୁରି କହିଥିଲେ, ଭାରତୀୟ ଇତିହାସରେ ସୁଶାସନର ଜଣେ ପ୍ରବୀଣ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ ଅଟଳ ବିହାରୀ ବାଜପେୟୀ। କେବଳ ଜଣେ ଉଦାରବାଦୀ ରାଜନୀତିଜ୍ଞ ନୁହେଁ, ଜଣେ କବି, ସମାଜସେବୀ, ଲେଖକ, ପତ୍ରକାର ଭାବେ ସମସ୍ତେ ତାଙ୍କୁ ଜାଣନ୍ତି। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତିକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ ବୋଲି ପୂଜାରୀ କହିଥିଲେ। ଜିଲାପାଳ ଆଦିତ୍ୟ ଗୋୟାଲ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡତିଆ ଏବଂ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ମଞ୍ଚାସୀନ ଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅନୁଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ କବିତା ପାଠ ଆୟୋଜିତ ହୋଇଥିଲା। ଏହାସହିତ ଜିଲାର ଲୋକ ସେବାରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ବିଭାଗ ଏବଂ ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ମନ୍ତ୍ରୀ ପୂଜାରୀ ନବନିର୍ମିତ ସର୍କିଟ୍‌ ହାଉସ ଉଦ୍‌ଘାଟନ କରିଥିଲେ। ଏହାସହିତ ମନ୍ତ୍ରୀ ପୂଜାରୀ ଏବଂ ବିଧାୟକ ମହାନନ୍ଦ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସାଧୀନ ରୋଗୀମାନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image