ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌, ହାରିଗଲେ ଅଧ୍ୟକ୍ଷା

ଭବାନୀପାଟଣା,୧୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ ପ୍ରକାଶ କରିଛନ୍ତି। ଏଥିରେ ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ ଲେଖାଏ କାଉନସିଲର ରହିଥିଲେ। ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ହାରିବା ପରେ କାଉନସିଲରମାନେ ବାଣ ଫୁଟାଇ ସ୍ଥାନୀୟ ପୌରପାଳିକା ଆଗରେ ଖୁସି ଜାହିର କରିଛନ୍ତି। ଏହା ସମସ୍ତ କାଉନସିଲର ଏକତାର ବିଜୟ ବୋଲି କହିଛନ୍ତି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ। ଅନ୍ୟପକ୍ଷରେ ବିଜେଡି ପୌରାଧ୍ୟକ୍ଷା ପାଇଁ ବିଜେଡି କାଉନସିଲର କାଳ ସାଜିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri