ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେବ 

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ପରିବାର ଲୋକଙ୍କ କହିବା ଅନୁଯାୟୀ, ମେଡିକାଲ ପକ୍ଷରୁ ମୋଟା ଅଙ୍କର ଟଙ୍କା ନେଇ ଅସ୍ତ୍ରୋପଚାର ସଫଳ ହୋଇଛି କହିବା ପରେ, ପରିବାର ଲୋକଙ୍କୁ ମୃତ ଦେହ ଦିଆଯାଇଥିଲା। ମୃତ ବାବୁଲାଙ୍କ  ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାଙ୍କ ପେଟ କାହିଁକି କଟାଯାଇଥିଲା ବୋଲି ପରିବାର ଲୋକେ ମେଡିକାଲ କର୍ମଚାରୀଙ୍କୁ ପଚାରିଥିଲେ।  ହେଲେ ମେଡିକାଲ ପକ୍ଷରୁ  କୌଣସି ସନ୍ତୋଷ ଜନକ ଉତ୍ତର ମିଳିପାରି ନ ଥିଲା।
ଏହି ଖବର ଗଣମାଧ୍ୟମରେ ପ୍ରସାର ହେବା ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଛି।  ଘଟଣାକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ପାଇଁ  ପୋଲିସ କବର ଖୋଳି ମୃତଦେହ ଜବତ କରିଛି ।
ସୂଚନାଯୋଗ୍ୟ, କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଟିକରବାଜୁ ଗାଁର ବାବୁଲା ଦିଗାଲ ଗତ ୧୩ ତାରିଖରେ ସମ୍ପର୍କୀୟଙ୍କ ଘରକୁ ଯିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ । ପ୍ରଥମେ ସ୍ଥାନୀୟ ହସ୍ପିଟାଲ ପରେ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା । ପରେ କଟକର ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ହେଲେ ବାବୁଲାଙ୍କ  ମୁଣ୍ଡରେ ଆଘାତ ଲାଗିଥିବାବେଳେ ତାଙ୍କ ପେଟ କାହିଁକି କଟାଯାଇଥିଲା ବୋଲି ପରିବାର ଲୋକେ ପ୍ରଶ୍ନ କରିଛନ୍ତି। ଏଥିସହ ବାବୁଲାଙ୍କ ମୃତଦେହରୁ କିଡ଼ନୀ ବାହାର କରାଯାଇଥିବା ବି ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକ ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭତ୍ତିକରିର ପୋଲିସ କବର ଖୋଳି ତଦନ୍ତ ଆରମ୍ଭ କରିଛି ।
ବାଲିଗୁଡା ମାଜିଷ୍ଟେଟ ସହକାରୀ କଲେକ୍ଟର ହରେକୃଷ୍ଣ ରାଉତ, ବାଲିଗୁଡା ଥାନା ଭାରପ୍ରାପ୍ତ ଅଧିକାରୀ, ବାରଖମା ଫାଣ୍ଡି ଅଧିକାରୀ ବିକାଶ କୁମାର ଜାଲି, ଯୁଗଳ ନାୟକଙ୍କ ଉପସ୍ଥିତିରେ କବର ଖୋଳି ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮।୧୦: ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି। ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri