ଗ୍ରାମ୍ୟ ଉନ୍ନୟନ ରାସ୍ତା କାମରେ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୮ା୯ (କଳ୍ପତରୁ ନାୟକ): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ସଲାସୁତରା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି। ଫଳରେ ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଏପରି କି କେତେକ କ୍ଷେତ୍ରରେ ସରକାରୀ ନିୟମ ମୁତାବକ କାମ କରା ନ ଯାଇ ଠିକାଦାର ନିଜ ମନ ମୁତାବକ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। କାମ ଆରମ୍ଭ ପୂର୍ବରୁ ସୂଚନା ଫଳକ ଲଗାଇବାର ନିୟମ ରହିଥିଲେ ମଧ୍ୟ ଠିକାଦାର ଫଳକ ନ ଲଗାଇ ଜନସାଧାରଣଙ୍କୁ ଅନ୍ଧାରରେ ରଖିବାକୁ ପ୍ରୟାସ କରୁଛନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ବଳଭଦ୍ରପୁର-ଡାମରପୁର ପଞ୍ଚାୟତରେ ହେଉଥିବା ରାସ୍ତା କାମରେ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ସେଠୀ, ସୁଧୀର ରଞ୍ଜନ ଦାସ, ମହାଦେବ ପଲାଇ, ରାଧାଗୋବିନ୍ଦ ସାହୁ, ନୀଳମାଧବ ରାୟ, ଜଗନ୍ନାଥ ସିଂହ, ପତିତପାବନ ରଥ, ଜ୍ଞାନ ରଞ୍ଜନ ମହାରଣା, ରତିରଞ୍ଜନ ଖଟୁଆ ଓ ସାଧୁ ଚରଣ ପଲାଇ ପ୍ରମୁଖ ଅଭିଯୋଗ କରିଛନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର-ଡାମରପୁର ପଞ୍ଚାୟତର ଶତାଧିକ ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ୨୦୧୨ ମସିହାରେ ପୂର୍ବତନ ସରପଞ୍ଚ ବାବାଜୀ ଧଳଙ୍କ ସମୟରେ ପଞ୍ଚାୟତ ପକ୍ଷରୁ ଏହି ରାସ୍ତାକୁ କଂକ୍ରିଟ ଢଳାଇ କରାଯାଇଥିଲା। ଅତି ସ୍ବଳ୍ପ ବ୍ୟୟ ବରାଦରେ ନିର୍ମାଣ ହୋଇଥିବା ଅଣ ଚଉଡ଼ା ରାସ୍ତାରେ ଯାତାୟାତ ହୋଇପାରୁଥିବା ବେଳେ ବର୍ଷାରେ ପାଣି ବୁଡ଼ି ଯାଉଥିଲା। ସ୍ଥାନୀୟ ବିଧାୟକଙ୍କ ହସ୍ତକ୍ଷେପ ପରେ ଏହି ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତାକାମ କରିବାକୁ ଟେଣ୍ଡର ମାଧ୍ୟମରେ କାର୍ଯ୍ୟାଦେଶ ବିଜୟ ମହାନ୍ତିଙ୍କୁ ପ୍ରଦାନ କରାଯାଇଥିଲା। ଏହି ନିର୍ମାଣ ନିମନ୍ତେ ୪ କୋଟି ୪୪ ଲକ୍ଷ ୧୨ ହଜାର ଟଙ୍କା ବ୍ୟୟବରାଦ ହୋଇଥିଲା। ଏହି ଅର୍ଥରେ ରାସ୍ତା ଉଚ୍ଚା ଚଉଡ଼ା କରି ନିର୍ମାଣ କରାଯିବ ବୋଲି ପ୍ରସ୍ତାବ ଥିଲା। ମାତ୍ର ଯନ୍ତ୍ରୀ ଓ ଠିକାଦାରଙ୍କ ଅସାଧୁ ମେଣ୍ଟ ଯୋଗୁ ଉକ୍ତ ରାସ୍ତା କାମରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ପୂର୍ବ ରାସ୍ତାକୁ ସମ୍ପ୍ରସାରଣ ନିମନ୍ତେ ଉଭୟପାଶର୍‌ବରେ କରାଯାଉଥିବା କଂକ୍ରିଟ୍‌ କାମରେ ଧାର୍ଯ୍ୟ ପରିମାଣଠାରୁ ବହୁ କମ୍‌ ସିମେଣ୍ଟ ଓ ଅଧିକ ବାଲି ମିଶାଯାଇଥିବାରୁ ତାହା ବହୁ ସ୍ଥାନରେ ଦବିଯିବା ସହ ଫାଟ ସୃଷ୍ଟି ହୋଇଛି। ଉଭୟ ପାଶର୍‌ବ ସମ୍ପ୍ରସାରଣ ନିମନ୍ତେ ପ୍ରଥମେ ମାଟି ଖୋଳାଯାଇ ବାଲି, ପରେ ଡିଏଲ୍‌ସି କରାଯିବା କଥା, ମାତ୍ର ଏକାଧିକ ସ୍ଥାନରେ ଧାର୍ଯ୍ୟ ପରିମାଣରେ ବାଲି ନ ଦିଆଯିବା ଓ ରୋଲିଂ ନ କରାଯାଇ ପଚପଚିଆ କାଦୁଅ ଉପରେ ଢଳେଇ କରାଯାଉଥିବା ଦେଖିବାକୁ ମିଳିଛି। ଏଭଳି ଅନିୟମିତତା ସମ୍ପର୍କରେ ପ୍ରତିବାଦ କଲେ ଠିକାଦାର କି ଯନ୍ତ୍ରୀ କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହେଉଛି। କାର୍ଯ୍ୟ ତଦାରଖ ଦାୟିତ୍ୱରେ ଥିବା ବିଭାଗୀୟ ଅଧିକାରୀ ନିୟମିତ ଘଟଣାସ୍ଥଳକୁ ଆସୁ ନ ଥିବାରୁ ଏହି କାମ ନିମ୍ନମାନର ହେଉଛି। ଏ ସମ୍ପର୍କରେ ଭାରପ୍ରାପ୍ତ ସହକାରୀ ଯନ୍ତ୍ରୀ ବିକାଶ ଗାହାଣଙ୍କୁ ପଚାରିବାରୁ ଅଭିଯୋଗ ଆସିଛି, ତଦନ୍ତ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର...

ସୁଧୁରୁନି ସହରର ଟ୍ରାଫିକ ବ୍ୟବସ୍ଥା

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୂଆବସ୍‌ଷ୍ଟାଣ୍ଡଠାରୁ ଟ୍ରାଫିକ ଛକ, ପଲ୍ଲା ଛକ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାର ମୁକୁନ୍ଦପ୍ରସାଦଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ...

ଅନ୍ୟ ଜାତିରେ ବିବାହ କରିଥିବାରୁ କେହି ଛୁଇଁଲେନି, ୧୨ ଘଣ୍ଟା ପଡ଼ିରହିଲା ମୃତଦେହ

ଅମରପାଲି,୨୮ା୯(ପୀତାମ୍ବର ସାହୁ): ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ କେହି ବି ଛୁଇଁଲେନି ମୃତଦେହ। ନୀରବଦ୍ରଷ୍ଟା ସାଜିଲେ ଜ୍ଞାତିକୁଟୁମ୍ବ ବନ୍ଧୁ ବାନ୍ଧବ ଓ...

ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ସହ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଛି । ଏଥିପାଇଁ ପ୍ରତିବର୍ଷ ବିଭିନ୍ନ...

ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ

ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ...

ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ

କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା...

ଭଦ୍ରକରେ ଇଣ୍ଟରନେଟ୍‌ ସେବା ବନ୍ଦ: ୧୦ ଗିରଫ

ଭଦ୍ରକ,୨୮।୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି।...

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌: ୪ ମୃତ

ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri