Posted inଖେଳ

ରେକର୍ଡ ଛକା ସହ ସିରିଜ ଜିତାଇଲେ ଆଲେନ୍‌

ଡୁନେଡିନ୍‌,୧୮ା୧(ପି.ଟି.): ଓପନର ଫିନ୍‌ ଆଲେନ୍‌ ଗୋଟିଏ ଇନିଂସରେ ରେକର୍ଡ ୧୬ ଛକା ମାରିବା ସହ ପାକିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡକୁ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଜିତାଇଛନ୍ତି। ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ଆଲେନ୍‌ଙ୍କ ୬୨ ବଲ୍‌ ୧୩୭ ରନ୍‌ ବଳରେ ୨୦ ଓଭରରେ ୭ ଉଇକେଟରେ ୨୨୪ ରନ୍‌ କରିଥିଲା। ଜବାବରେ ପାକିସ୍ତାନ ୭ ଉଇକେଟରେ ୧୭୯ ରନ୍‌ କରିଥିଲା।
ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲା। ତେବେ ଫିନ୍‌ ଆଲେନ୍‌ ବିସ୍ଫୋରକ ବ୍ୟାଟିଂ କରିଥିଲେ। ଆଲେନ୍‌ ୬୨ ବଲ୍‌ ଖେଳି ୫ ଚୌକା ଓ ୧୬ ଛକା ମାରିଥିଲେ। ଏହା ସହ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ସେ ଆଫଗାନିସ୍ତାନର ହଜରତଉଲ୍ଲା ଜଜାଇଙ୍କ ସମକକ୍ଷ ହୋଇଥିଲେ। ସେହିପରି ଟି୨୦ରେ ନ୍ୟୁଜିଲାଣ୍ଡ ପକ୍ଷରୁ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମଧ୍ୟ ରେକର୍ଡ କରିଥିଲେ। ଆଲେନ୍‌ଙ୍କ ବ୍ୟତୀତ ଟିମ୍‌ ଶେଫର୍ଟ ୩୧ ଓ ଗ୍ଲେନ୍‌ ଫିଲିପ୍ସ ୧୯ ରନ୍‌ କରିଥିଲେ। ପାକିସ୍ତାନ ପକ୍ଷରୁ ହରିସ୍‌ ରୌଫ୍‌ ୨ ଉଇକେଟ ନେଇଥିବା ବେଳେ ଶାହିନ୍‌ ଆଫ୍ରିଦି, ଜମାନ୍‌ ଖାନ୍‌, ମହମ୍ମଦ ନଓ୍ବାଜ ଓ ମହମ୍ମଦ ଓ୍ବାସିମ ଜୁନିୟର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
୨୨୫ ରନ୍‌ ଜବାବରେ ପାକିସ୍ତାନ ବାବର ଆଜମଙ୍କ ୫୮ ରନ୍‌ ବଳରେ ୧୭୯ ରନ୍‌ରେ ସୀମିତ ରହିଥିଲା। ବାବର ୩୭ ବଲ୍‌ ଖେଳି ୮ ଚୌକା ଓ ୧ ଛକା ମାରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ନଓ୍ବାଜ ୨୮ ଓ ମହମ୍ମଦ ରିଜଓ୍ବାନ ୨୪ ରନ୍‌ କରିଥିଲେ। ଟିମ୍‌ ସାଉଦି ୨ ଉଇକେଟ ନେଇଥିବା ବେଳେ ମ୍ୟାଟ ହେନରୀ, ଲୋକି ଫର୍ଗୁସନ, ମିଚେଲ୍‌ ସାଣ୍ଟନର ଓ ଇଶ ସୋଧୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ନ୍ୟୁଜିଲାଣ୍ଡ ୨୦ ଓଭରରେ ୨୨୪/୭(ଫିନ୍‌ ଆଲେନ୍‌-୧୩୭, ଟିମ୍‌ ଶେଫର୍ଟ-୩୧, ଗ୍ଲେନ୍‌ ଫିଲିପ୍ସ-୧୯, ହରିସ୍‌ ରୌଫ୍‌-୨/୬୦, ମହମ୍ମଦ ଓ୍ବାସିମ୍‌ ଜୁନିୟର-୧/୩୫, ଜମାନ ଖାନ୍‌-୧/୩୭)। ପାକିସ୍ତାନ ୨୦ ଓଭରରେ ୧୭୯/୭(ବାବର ଆଜମ-୫୮, ମହମ୍ମଦ ନଓ୍ବାଜ-୨୮, ମହମ୍ମଦ ରିଜଓ୍ବାନ-୨୪, ଟିମ୍‌ ସାଉଦି-୨/୨୯, ମିଚେଲ ସାଣ୍ଟନର-୧/୨୬, ଲୋକି ଫର୍ଗୁସନ୍‌-୧/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ...

ପିଚ୍‌ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ...

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ...

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ...

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ...

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ...

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri