ବଢିବ ଭତ୍ତା ଟଙ୍କା! ଏବେ ଏତିକି ପାଇବେ, ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨ା୭: ବଢିବ ଭତ୍ତା ଟଙ୍କା। ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି । ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି। ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ। ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ ବୋଲି ମନ୍ତ୍ରୀ କହିଛନ୍ତି। ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି।

Share