Posted inରାଜ୍ୟ

ପରାଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୮।୬: ଲମ୍ବା ସମୟ ପର୍ଯ୍ୟନ୍ତ ଓଡ଼ିଶାର ସେବା କରିବା ପାଇଁ ବାରଂବାର ସୁଯୋଗ ଦେଇଥିବାରୁ ଓଡ଼ିଶାର ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଟିଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି ”ଲୋକଙ୍କ ସେବା କରିବାକୁ ମୋତେ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀ ନିକଟରେ ମୁଁ ଗଭୀର କୃତଜ୍ଞ। ଆମ ସରକାରଙ୍କ ଉପଲବ୍ଧକୁ ନେଇ ଗର୍ବିତ । ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା ଜାରି ରଖିବି । ପରାଜୟକୁ ସାଦରତା ସହ ଗ୍ରହଣ କରୁଛୁ।”

ତେବେ ପରାଜୟ ପରେ ମଧ୍ୟ ନବୀନ କାର୍ତ୍ତିକ ପାଣ୍ଡିଆଙ୍କ ସପୋର୍ଟରେ ଛିଡା ହୋଇଛନ୍ତି ନବୀନ। ସେ କହିଛନ୍ତି ”ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ। ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ। ସେ କୌଣସି ପଦ ପଦବୀରେ ନାହାନ୍ତି, ନିର୍ବାଚନ ଲଢ଼ି ନାହାନ୍ତି। ଏହା ବ୍ୟତୀତ ମୋ ଉତ୍ତରାଧିକାରୀ ମଧ୍ୟ ପାଣ୍ଡିଆନ ନୁହଁନ୍ତି ବୋଲି ଆଉ ଥରେ ସ୍ପଷ୍ଟ କରୁଛି ଏବଂ ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ।”

ଅଫିସର ଭାବେ ପାଣ୍ଡିଆନ ୧୦ ବର୍ଷ ଭଲ କାମ କରିଥିବା ତାଙ୍କୁ ସାର୍ଟିଫିକେଟ ଦେଇଛନ୍ତି ନବୀନ। ସେ କହିଛନ୍ତି ”ବାତ୍ୟା ଓ କୋଭିଡ୍ ସମୟରେ ଭଲ କାମ କରିଛନ୍ତି ପାଣ୍ଡିଆନ। ଭଲ କାମ କରି ଅବସର ନେଇ ରାଜନୀତିରେ ଯୋଗ ଦେଇଥିଲେ। ଏପରିକି ବିଜେଡିରେ ଯୋଗ ଦେବା ପରେ ଦଳ ପାଇଁ ବହୁତ କାମ କରିଛନ୍ତି। ପାଣ୍ଡିଆନ ଜଣେ ସଚ୍ଚୋଟ ଓ ଦକ୍ଷ ବ୍ୟକ୍ତି। ପୁଣି କହୁଛି, ପାଣ୍ଡିଆନ ମୋର ଉତ୍ତରାଧିକାରୀ ନୁହନ୍ତି। ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ।”


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri