ନୂଆପଡ଼ା,୧୫।୨ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଜମାପନି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବାଗଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ଚୈତ ରାମ ନାଏକ ମୁଖ୍ୟ ଅତିଥି, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଚିଚିରିପାନି ପ୍ରଶାନ୍ତ ନାଥ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅଁଲାଯୁବା ଶରତ ପଣ୍ଡା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଛନ୍ଦା ଚରଣ ପ୍ରଧାନ, କୁଲିଆବନ୍ଧା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମୀର କୁମାର ବେହେରା, ଗ୍ରାମର ଆଲୁମ୍ନି ସଭାପତି ଭୋଜରାଜ ନାଏକ, ଜାମପାଣି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭୁଞ୍ଜରାଜ ହଂସ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରକୃତି ବନ୍ଧୁ ପୁରସ୍କାରପ୍ରାପ୍ତ ଓ ନିୟମିତ ରକ୍ତଦାତା ଶିକ୍ଷକ କିଶୋର କୁମାର ପରିଡ଼ା ମୁଖ୍ୟ ବକ୍ତା ଭାବରେ ଯୋଗଦେଇଥିଲେ। ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସେହିପରି ବୃତ୍ତି ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ଅର୍ଚ୍ଚିତା ନାଏକ ଓ ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ରୀ ଭାବରେ ହେମଲତା ମାଝୀଙ୍କୁ ପୁରସ୍କୃତ କରାଯାଇଥିଲା। ସହକାରୀ ଶିକ୍ଷକ ଦେଓଲାଲ ଦଣ୍ଡସେନା ମଞ୍ଚ ପରିଚାଳନା କରିଥିଲେ। ପରିଶେଷରେ ବିଦ୍ୟାଳୟ ଶିକ୍ଷକ ଜନକି ଲାଲ ଜଗତ ଧନ୍ୟବାଦ ଅର୍ପଣ କରିଥିଲେ।


