ରେଫର ରୋଗୀଙ୍କୁ ମିଳିଲାନି ଆମ୍ବୁଲାନ୍ସ

ନୟାଗଡ଼,୫।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ରେଫର ହୋଇଥିବା ଜଣେ ଶିଶୁ କନ୍ୟାଙ୍କୁ ଆମ୍ବୁଲାନ୍ସ ମିଳି ନ ଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଗୁରୁତର ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅଭିଯୋଗ ଅନୁସାରେ ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ ଦୁଆର ର ଲକ୍ଷ୍ମୀପ୍ରିୟାର ପ୍ରଧାନ (୧୦) ଫିଡସ୍‌ ମାରିବା ପରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଅବସ୍ଥାରେ ଉନ୍ନତି ନ ଆସିବାରୁ ଜିଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ନୟାଗଡ଼ରୁ ପୁଣି ଡାକ୍ତର ଭୁବନେଶ୍ୱର ରେଫର କରିଥିଲେ। ହେଲେ ବୁଧବାର ସକାଳୁ ଲକ୍ଷ୍ମୀପ୍ରିୟା ଭୁବନେଶ୍ୱର ଯାଇ ପାରି ନାହାହିଁ। ଅମ୍ବୁଲାନ୍ସ ଆସିବ ଆସିବ କହୁଥିଲେ ମଧ୍ୟ ଆସିଲାନି। ଏନେଇ ଲକ୍ଷ୍ମୀପ୍ରିୟାଙ୍କ ବାପା ପ୍ରଫୁଲ ପ୍ରଧାନ କୁହନ୍ତି, ଆମେ ଗରୀବ ଲୋକ ବୋଲି ଆମକୁ କ’ଣ ସ୍ବାସ୍ଥ୍ୟସେବା ମିଳିବନି। ନୟାଗଡ ଡାକ୍ତର ଭୁବନେଶ୍ୱରକୁ ରେଫର କରିଦେବା ପରେ ସରକାରୀ ଆମ୍ବୁଲାନ୍ସ ନ ମିଳିବା ଦୁଃଖର ବିଷୟ। ଆମ ପରି ଗରୀବ ଲୋକ କୁଆଡେ ବେସରକାରୀ ଆମ୍ବୁଲାନ୍ସରେ ଭୁବନେଶ୍ୱର ଯିବ। ଏହାର ତଦନ୍ତ କରାଯାଉ। ଅନ୍ୟପକ୍ଷେ ମୋ ଝିଅକୁ ତୁରନ୍ତ ଭୁବନେଶ୍ୱର ପଠାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଡିଏରୁ ଓହରିଲେ ପଶୁପତି ପାରସ:ଆଣିଲେ ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୧୫।୪:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (ଆର୍‌ଏଲ୍‌ଜେପି) ଓହରିଯାଇଥିବା ଏହାର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର...

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image