ଶୁଣିଲାନି କ୍ଷୁଦ୍ର ଜଳସେଚନ ବିଭାଗ, ନିଜସ୍ବ ଉଦ୍ୟମରେ ଭଙ୍ଗା କେନାଲକୁ ମରାମତି କରି ଜଳସେଚନ କରୁଛନ୍ତି ଚାଷୀ

କୋକସରା,୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)ଜଳସେଚନର ସୁବ୍ୟବସ୍ଥା ଓ ଚାଷୀଙ୍କ ଚାଷଜମିକୁ ଜଳସେଚନ ପାଇଁ କୋଟି କୋଟି ଟଙ୍କା ଅନୁଦାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ଅଣୁ ବିଭାଗ ପକ୍ଷରୁ ଚେକ ଡ୍ୟାମ ନିର୍ମାଣ କରାଯାଇଛି । ହେଲେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ଚେକ ଡ୍ୟାମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ଡ୍ୟାମରୁ ଜଳସେଚନ ସୂଚାରୁ ରୂପେ ହେଉ ନ ଥିବା ବେଳେ ଅନେକ ସ୍ଥାନରେ କେନାଲ ଭାଙ୍ଗି ଯାଇଥିବାରୁ ଚାଷିଙ୍କ ଜମିକୁ ପାଣି ମାଡୁନାହିଁ। ବ୍ଲକର ଗୋତୋମୁଣ୍ଡା ପଞ୍ଚାୟତ ଅଠରନାଲା ଚେକ ଡ୍ୟାମରୁ ପାଖାପାଖି ୩ ଶହ ଏକର ଚାଷଜମି ଜଳସେଚିତ ହେଉଥିବାବେଳେ କେନାଲ ଅନେକ ସ୍ଥାନରେ ଭାଙ୍ଗି ପଡିଥିବା କାରଣରୁ ଚାଷି ଜଳସେଚନ ସୁବିଧାରୁ ବଞ୍ଚିତ ରହୁଛନ୍ତି। କେନାଲ ମରାମତି ପାଇଁ ଗୋତୋମୁଣ୍ଡା ପଞ୍ଚାୟତ ବାଞ୍ଜିକୋଟ, ଚୋରନିଦ୍ୱାର ଭଇଁସାଳପଡା ଅଞ୍ଚଳର ଚାଷୀମାନେ ବିଗତ ୨/୩ ବର୍ଷ ଧରି ଅନେକ ସମୟରେ ବିଭାଗୀୟ ଅଧିକାରୀ, ସ୍ଥାନୀୟ ବିଧାୟକଙ୍କୁ ଅଭିଯୋଗ ପରେ ମଧ୍ୟ କୌଣସି ଫଳପ୍ରଦ ହୋଇନାହିଁ ବୋଳି ଅଭିଯୋଗ କରିଛନ୍ତି। ଗତ କିଛିଦିନ ଧରି ଲଘୁଚାପ ବର୍ଷା ଯୋଗୁଁ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ କେନାଲ ଗୁଡିକ ଭାଙ୍ଗି ପଡିଥିବାରୁ ଚାଷୀ ମାନେ ନିଜସ ଉଦ୍ୟମରେ ଭଙ୍ଗା କେନାଲ କାନ୍ଥରେ ଗଛ ଭାର ଦେଇ ତାରପୋଲିଂ, ବାଲିବସ୍ତା, ମାଟି ପକାଇ ଚାଷ ଜମିକୁ ପାଣି ମଡାଉଥିବା ଦେଖିବାକୁ ମିଳିଛି। ତେବେ ଆଗକୁ କେନାଲ ମରାମତି ନକଲେ ଅଞ୍ଚଳ ଚାଷି ମାନେ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବୁ ବୋଲି ଚାଷି ତ୍ରିନାଥ ଯାନୀ, ଯୁଗେଶ୍ୱର ମାଝୀ, ଦ୍ରୋଣ ପୁଝାରି, ଉପେନ୍ଦ୍ର ବାଗ, ସତ୍ୟ ନାଗ, ଗଣେଶ ପୁଝାରି, ସୁନିଲ ପୁଝାରି, ପ୍ରକାଶ ମାଝୀ ପ୍ରମୁଖ ଚାଷି କହିଛନ୍ତି। ଏନେଇ କୋକସରା କ୍ଷୁଦ୍ର ଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ହିମାଂଶୁ ଶେଖର ଦାସଙ୍କ ପ୍ରତିକ୍ରିୟା ନେବାରୁ ଅଠର ନାଲା ଚେକ ଡ୍ୟାମ ଓ କେନାଲ ନିର୍ମାଣ ପାଇଁ ଇଷ୍ଟିମେଟ ଦିଆଯାଇଛି, ଅନୁଦାନ ଆସିଲେ କାର୍ଯ୍ୟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri