ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର ଏହି ତିନି ଦିନିଆ ଗସ୍ତ ସମୟରେ ଇରାନ ରାଷ୍ଟ୍ରପତି ତାଙ୍କ ପ୍ରତିପକ୍ଷ ଆସିଫ ଅଲି ଜରଦାରୀ, ପ୍ରଧାନମନ୍ତ୍ରୀ ଶେହବାଜ ସରିଫ, ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର, ସିନେଟ ଚେୟାରମ୍ୟାନ ୟୁସୁଫ ରଜା ଗିଲାନି ଇତ୍ୟାଦିଙ୍କୁ ଭେଟିଛନ୍ତି। ପାକିସ୍ତାନର ବାଲିଷ୍ଟିକ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମର ଯୋଗାଣକାରୀଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଥିଲା।

ଆମେରିକା ବୈଦେଶିକ ବିଭାଗର ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି, ଇରାନ ସହ ବାଣିଜ୍ୟ କାରବାର କରିବାକୁ ଚିନ୍ତା କରୁଥିବା ବ୍ୟକ୍ତି ଆମେରିକାର ପ୍ରତିବନ୍ଧକ ହେବାର ସମ୍ଭାବନା ବିଷୟରେ ଅବଗତ ହେବା ଉଚିତ। ଇରାନ ରାଷ୍ଟ୍ରପତିଙ୍କ ପାକିସ୍ତାନ ଗସ୍ତକୁ ନେଇ ଏକ ପ୍ରଶ୍ନର ଉତ୍ତର ଦେବାବେଳେ ସେ ଏହା କହିଛନ୍ତି।

ଏହି ଗସ୍ତ ସମୟରେ ପାକିସ୍ତାନ ଏବଂ ଇରାନ ଆଠଟି ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି ଏବଂ ଦ୍ୱିପାକ୍ଷିକ ବାଣିଜ୍ୟକୁ ୧୦ ବିଲିୟନ ଡଲାରକୁ ବୃଦ୍ଧି କରିବାକୁ ରାଜି ହୋଇଛନ୍ତି।

ସୂଚନାଯୋଗ୍ୟ, ଏହି ସପ୍ତାହ ଆରମ୍ଭରେ ଆମେରିକା ପାକିସ୍ତାନର ବାଲିଷ୍ଟିକ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ଯୋଗାଣକାରୀଙ୍କ ଉପରେ ପ୍ରତିବନ୍ଧକ ଲଗାଇଥିଲା। ତିନୋଟି ଚାଇନିଜ କମ୍ପାନୀ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇଥିଲେ। ଆମେରିକାର ବୈଦେଶିକ ବିଭାଗର ଡେପୁଟି ମୁଖପାତ୍ର କହିଛନ୍ତି, ଏହିସବୁ ସଂସ୍ଥା ବହୁ ଧ୍ୱଂସକାରୀ ଅସ୍ତ୍ରଶସ୍ତ୍ରର ପ୍ରସାରକାରୀ ହୋଇଥିବାରୁ ଏହି ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର

ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ...

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର  ମହାକାଶଯାନ...

ସ୍କୁଲ ହଷ୍ଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୧୭ ଛାତ୍ର, ୧୩ ଗୁରୁତର

ନାଇରୋବି,୬।୯: କେନିଆର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲରେ ଅଗ୍ନିକାଣ୍ଡରେ ୧୭ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ।...

ଆମେରିକାକୁ ଖୋଲା ଚେତାବନୀ ଦେଲା ରୁଷିଆ: ‘ରେଡ ଲାଇନ’ ଅତିକ୍ରମ କଲେ ପରିସ୍ଥିତି ହେବ ଭୟାବହ

ମସ୍କୋ,୬।୯: ରୁଷିଆର ବୈଦେଶିକ ମନ୍ତ୍ରୀ ସରୋଜ ଲାଭ୍ରୋଭ ୟୁକ୍ରେନ ଯୁଦ୍ଧ ମାମଲାରେ ‘ରେଡ ଲାଇନ’ ଅତିକ୍ରମ ନ କରିବାକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମସ୍କୋ...

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ମସ୍କଙ୍କୁ କରିବେ ‘ଚିଫ୍‌’

ଓ୍ବାଶିଂଟନ,୬।୯: ଟେସଲା ସିଇଓ ଏଲୋନ ମସ୍କ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଚଳିତ ବର୍ଷ ନଭେମ୍ବରରେ ହେବାକୁ ଥିବା ଆମେରିକୀୟ ରାଷ୍ଟ୍ରପତି...

ପାକିସ୍ତାନରେ କେତେ ଆତଙ୍କୀ ରହୁଛନ୍ତି ପାକ୍‌ ସେନା ନିଜେ କଲା ଖୁଲାସା, କହିଲା ପ୍ରତ୍ୟେକ କୋଣ ଅନୁକୋଣରେ…

ଇସଲାମାବାଦ,୬ା୯: ଭାରତରେ ଆତଙ୍କବାଦ ସୃଷ୍ଟି କରୁଥିବା ପାକିସ୍ତାନ ସବୁବେଳେ ଅସ୍ବୀକାର କରେ ଯେ, ଆତଙ୍କବାଦୀଙ୍କ ସହ ଏହାର କୌଣସି ସମ୍ପର୍କ ନାହିଁ। କିନ୍ତୁ ବର୍ତ୍ତମାନ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri