Categories: ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ପୂର୍ବରୁ ଭାରତ ଆସିବେ ଆମେରିକା ଏନ୍‌ଏସ୍‌ଏ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଭାରତ ଆସିବେ ବୋଲି ସୂଚନା ମିଳିଛି। ଆମେରିକୀୟ ଏନ୍‌ଏସ୍‌ଏ ଜେକେ ସୁଲିବାନ ଜୁନ ୧୩ରେ ଦିଲ୍ଲୀରେ ପହଞ୍ଚିବେ, ଯେଉଁଠାରେ ଭାରତ ସହିତ ଜିଇ-୪୧୪ ଇଞ୍ଜିନ ଚୁକ୍ତି ଚୂଡାନ୍ତ ହେବ। ଏଠାରେ ସୁଲିବାନ ତାଙ୍କ ପ୍ରତିପକ୍ଷ ଅର୍ଥାତ୍‌ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି।

Share