‘କାନ୍ତାରା’ ଫିଲ୍ମକୁ ପ୍ରଶଂସା କଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୨:ଅଭିନେତା ରିଷଭ ଶେଟ୍ଟୀଙ୍କ ଫିଲ୍ମ ‘କାନ୍ତାରା’ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଥିଲା। ସମସ୍ତେ ଏହି ଫିଲ୍ମର ପ୍ରଶଂସା କରିଥିଲେ। ଏବେ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି ଫିଲ୍ମ ବିଷୟରେ ନିଜର ମତ ଦେଇଛନ୍ତି। ସେ ‘କାନ୍ତାରା’କୁ ପ୍ରଶଂସା କରିଛନ୍ତି। ଶାହା କହିଛନ୍ତି, ‘କାନ୍ତାରା’ ଫିଲ୍ମ ଦେଖିବା ପରେ ସେ ଦକ୍ଷିଣ କନ୍ନଡ ଜିଲାର ସଂସ୍କୃତି ବିଷୟରେ ଜାଣିଥିଲେ।
କର୍ନାଟକରେ ହେବାକୁ ଥିବା ୨୦୨୩ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଅମିତ ଶାହା ଏକ ନିର୍ବାଚନ ସଭାକୁ ସମ୍ବୋଧିତ କରିବା ପାଇଁ ଦକ୍ଷିଣ କନ୍ନଡ ଜିଲାର ପୁଟୁରରେ ପହଞ୍ଚିଥିଲେ। ସେଠାରେ ସେ ରିଷଭ ଶେଟ୍ଟୀଙ୍କ ଅଭିନୀତ ‘କାନ୍ତାରା’ ବିଷୟରେ ଉଲ୍ଲେଖ କରିଥିଲେ। ଅମିତ ଶାହା କହିଛନ୍ତି, ଦକ୍ଷିଣ କନ୍ନଡ ଜିଲା ଭିତରେ ଧାର୍ମିକ ପରମ୍ପରା, ସାଂସ୍କୃତିକ ପରମ୍ପରା ଦେଖିବାକୁ ମିଳେ। ‘କାନ୍ତାରା’ ଫିଲ୍ମ ଦେଖିବା ପରେ ମୁଁ ଜାଣିଲି ଯେ ରାଜ୍ୟରେ ଏପରି ସମୃଦ୍ଧ ପରମ୍ପରା ରହିଛି।
ଫିଲ୍ମ ‘କାନ୍ତାରା’ ଗତ ବର୍ଷ ସେପ୍ଟେମ୍ବରରେ ମୁକ୍ତିଲାଭ କରିଥିଲା। ଏହା ୨୦୨୨ର ବ୍ଲକବଷ୍ଟର ଫିଲ୍ମ। ଏହି ଫିଲ୍ମରେ ଅଭିନୟ କରିବା ସହିତ ରିଷଭ ଶେଟ୍ଟୀ ମଧ୍ୟ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ। ଏହି ଫିଲ୍ମ ରୋଜଗାରର ଅନେକ ରେକର୍ଡ ଭାଙ୍ଗିଥିଲା। ମାତ୍ର ୧୬ କୋଟି ବଜେଟରେ ନିର୍ମିତ ଏହି ଚଳଚ୍ଚିତ୍ର ସାରା ବିଶ୍ୱରେ ୪୦୦ କୋଟିରୁ ଅଧିକ ରୋଜଗାର କରିଥିଲା। ଖୁବ୍‌ଶୀଘ୍ର ‘କାନ୍ତାରା ୨’ ମଧ୍ୟ ଦର୍ଶକଙ୍କ ମଧ୍ୟରେ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri