ଆସନ୍ତା ୨୬ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୬।୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଓଡ଼ିଶା ଆସିବେ।
ଏହି ଗସ୍ତ ସମୟରେ ଶାହା ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ପୃଥ୍ବୀରାଜ କହିଛନ୍ତି, ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରମୁଖ କାର୍ଯ୍ୟକର୍ତ୍ତାମାନଙ୍କୁ ଭେଟିବା ସହ ସେଠାକାର ଐତିହାସିକ ସ୍ଥାନ ପରିଦର୍ଶନ କରିବେ।