ଭୁବନେଶ୍ୱର,୧୫।୬: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ର ଓଡ଼ିଶା ୟୁନିଟ୍ରେ ସ୍ଥିରତା ସପ୍ତାହ (ସଷ୍ଟେନାବିଲିଟି ଉଇକ୍) ପାଳିତ ହୋଇଯାଇଛି। ଏହି ଅବସରରେ ଜେନେରେଶନ ରେଷ୍ଟୋରେଶନ୍ ହ୍ୟାସ୍ଟ୍ୟାଗ୍ ସହିତ ଜମି ପୁନରୁଦ୍ଧାର, ମରୁଭୂମି ଏବଂ ମରୁଡ଼ି ସ୍ଥିରତାର ବିଷୟବସ୍ତୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ କରିଥିଲା। ଏପରିକି କମ୍ପାନୀର ପାରାଦୀପ ୟୁନିଟ୍ଠାରେ ପରିବେଶ ସୁରକ୍ଷା, ଜମି ସମ୍ବନ୍ଧୀୟ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଥିଲାବେଳେ କର୍ମଚାରୀ ଏବଂ ସେମାନଙ୍କ ପରିବାର ପାଇଁ ବିଭିନ୍ନ ପ୍ରତିଯୋଗିତା କୁଇଜ୍, ପୋଷ୍ଟର ତିଆରି ଏବଂ ଭିଡିଓ ବାର୍ତ୍ତା ରେକର୍ଡିଂ ଆଦିର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଓଡ଼ିଶା ଅପରେଶନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶା ଜି କହିଛନ୍ତି, ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ ହୋଇଥିଲାବେଳେ ଆମେ ପାରାଦୀପଠାରେ ପେଲେଟ୍ ଉତ୍ପାଦନ ପାଇଁ ପ୍ରାକୃତିକ ଗ୍ୟାସ୍ ପ୍ରୟୋଗ କରିଛୁ, ଯାହା ପ୍ରକୃତିର ପରିବେଶ ପ୍ରତି ଅନୁକୂଳ। ଗତ ୨ ବର୍ଷ ମଧ୍ୟରେ ଆମେ ପ୍ଲାଣ୍ଟ ପରିସରରେ ୩୦,୦୦୦ରୁ ଅଧିକ ଚାରାରୋପଣ କରିଛୁ, ଯାହା ଗ୍ରୀନ୍ବେଲ୍ଟର ବିକାଶକୁ ୩୩% ରୁ ୪୨% କୁ ନେଇଛି। କାର୍ବନ ଫୁଟ୍ ପ୍ରିଣ୍ଟକୁ ହ୍ରାସ କରି ସବୁଜ ପରିବେଶକୁ ବଜାୟ ରଖିବା ନିମନ୍ତେ ଏହି ବର୍ଷ ଆମେ ପ୍ଲାଣ୍ଟ ଭିତରେ ୧୦,୦୦୦ରୁ ଅଧିକ ବୃକ୍ଷ ରୋପଣ କରିବା ସହିତ ଆମ ପ୍ଲାଣ୍ଟ ବାହାରେ ୧୦୦୦ରୁ ଅଧିକ ବୃକ୍ଷ ବଣ୍ଟନ କରିବାର ଲକ୍ଷ୍ୟ ରଖିଛୁ। ସେହିଭଳି କମ୍ପାନୀର ଦାବୁନା, କେନ୍ଦୁଝର ବେନିଫିକେଶନ ପ୍ଲାଣ୍ଟରେ କର୍ମଚାରୀ ଏବଂ ଠିକା ଶ୍ରମିକମାନଙ୍କ ପାଇଁ କୁଇଜ୍ ଏବଂ ପୋଷ୍ଟର ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ଅଭିଯାନରେ ପ୍ଲାଣ୍ଟ ପରିସରରେ ସଫେଇ ଅଭିଯାନ ଏବଂ ବୃକ୍ଷରୋପଣ ଅଭିଯାନ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହି ଅବସରରେ ବରିଷ୍ଠ ନେତୃତ୍ୱ ମୁଖ୍ୟ ବକ୍ତୃତା ପ୍ରଦାନ କରିଥିଲେ ଏବଂ ବିଜେତାମାନଙ୍କୁ ପୁରସ୍କାର ବିତରଣ କରିଥିଲେ। କର୍ମଚାରୀ ଏବଂ ସ୍ଥାନୀୟ ଜନସାଧାରଣଙ୍କୁ ମଧ୍ୟ ଚାରା ବଣ୍ଟନ କରାଯାଇଥିଲା।
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!
୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...
ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…
ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...
Archives


