ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ଏହି ବୈଠକ ବସିବ। ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ। ପାନୀୟ ଜଳ ଯୋଗାଣ, କୃଷି, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ବିଷୟରେ ଆଲୋଚନା ହୋଇପାରେ।