ଆଦିତ୍ୟଙ୍କ ସହ ଡ୍ରାଇଭିଂରେ ଗଲେ ଅନନ୍ୟା

ଆଜିକାଲି ବି’ଟାଉନ୍‌ର ନୂଆ ଲଭବାର୍ଡ ଆଦିତ୍ୟ ରୟ କପୁର ଏବଂ ଅନନ୍ୟା ପାଣ୍ଡେଙ୍କୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ନିକଟରେ ଦୁହେଁ ସ୍ପେନ୍‌ରେ ଛୁଟି କାଟି ମୁମ୍ବାଇ ଫେରିଛନ୍ତି। ଏବେ ମୁମ୍ବାଇ ସଡ଼କରେ ଉଭୟ ଗୋଟିଏ ଗାଡିରେ ବୁଲୁଥିବା ଦେଖାଯାଇଛି। କ୍ୟାମେରାକୁ ଦେଖି ଅନନ୍ୟା ମୁହଁ ଲୁଚାଉଥିବାବେଳେ ଆଦିତ୍ୟ ହସୁଥିବା ନଜର ଆସିଛନ୍ତି।
ଗତ ବର୍ଷ କ୍ରିତି ସାନନଙ୍କ ଦିୱାଲୀ ପାର୍ଟିରେ ଯୋଗଦେବା ପରଠାରୁ ଆଦିତ୍ୟ-ଅନନ୍ୟା ପ୍ରେମରେ ପଡିଥିବା କୁହାଯାଉଛି। ଆଦିତ୍ୟ ନିଜେ କରଣ ଜୋହରଙ୍କ ଚାଟ ଶୋ’ରେ ମଧ୍ୟ କିଛିଟି ହିଣ୍ଟ୍‌ସ ଦେଇଥିଲେ। ଏକ ସାକ୍ଷାତକାର ସମୟରେ ରଣବୀର କପୁର କହିଥିଲେ ଆଦିତ୍ୟ ରୟ କପୁର ଜଣେ ଝିଅକୁ ଡେଟ କରୁଛନ୍ତି ଯାହାର ନାମ ‘ଏ’ ରୁ ଆରମ୍ଭ ହେଉଛି। ଆଦିତ୍ୟ-ଅନନ୍ୟା ମଧ୍ୟ ଅନେକ ପାର୍ଟିରେ ଏକତ୍ର ନଜର ଆସିଛନ୍ତି।
ୱାର୍କ ଫ୍ରଣ୍ଟରେ ଆଦିତ୍ୟ ରୟ କପୁର ବର୍ତ୍ତମାନ ଅନୁରାଗ ବସୁଙ୍କ ଆଗାମୀ ଚଳଚ୍ଚିତ୍ର ‘ମେଟ୍ରୋ ଇନ ଦିନୋ’ରେ ବ୍ୟସ୍ତ ଅଛନ୍ତି। ଏହି ଚଳଚ୍ଚିତ୍ରଟି ‘ଲାଇଫ ଇନ ଏ … ମେଟ୍ରୋ’ର ଏକ ସିକ୍ୱେଲ। ଏହି ସମୟରେ ଅନନ୍ୟାଙ୍କୁ ଆୟୁଷ୍ମାନ ଖୁରାନାଙ୍କ ସହ ‘ଡ୍ରିମ ଗର୍ଲ ୨’ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri