ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ

ନୂଆପଡ଼ା,୫।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ୧୧ ଜଣ ୱାର୍ଡମେମ୍ବର ଫେବୃଆରୀ ୧ରେ ସରପଞ୍ଚ ବିଜୟ ଲକ୍ଷ୍ମୀ ବରାଳ ବିଭିନ୍ନ ଦୁର୍ନୀତିରେ ଲିପ୍ତଥିବା ଅଭିଯୋଗ କରି ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ମାର୍ଚ୍ଚ ୩ରେ ଅନାସ୍ଥା ଭୋଟ ପାଇଁ ଜିଲାପାଳ ସମୟ ନିର୍ଦ୍ଧାରିତ କରିଥିଲେ। ତଦନୁଯାୟୀ ସୋମବାର ପଞ୍ଚାୟତରେ ପୋଲିସ ସୁରକ୍ଷାରେ କୋମନା ତହସିଲଦାର ପ୍ରୟାସୀ ପ୍ରଧାନ ନିର୍ବାଚନ ଅଧିକାରୀ ଦାୟିତ୍ୱରେ ରହି ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସରପଞ୍ଚ ବରାଳଙ୍କ ନାଁରେ ମାମଲା ରୁଜୁ ହୋଇଥିବାରୁ ଗିରଫଦାରି ଭୟରେ ସେ ଭୋଟ ଦେବାକୁ ଆସି ନ ଥିଲେ। ଏଠି ସରପଞ୍ଚଙ୍କ ବିପକ୍ଷରେ ୧୩ ଖଣ୍ଡ ଭୋଟ ପଡିଥିବା ବେସରକାରୀ ସୂତ୍ରରୁ ସୂଚନା ମିଳିଛି। ଏ ନେଇ ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ପଚାରିବାରୁ କୁରେଶ୍ୱର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ଏବେ ମାମଲା ହାଇକୋର୍ଟରେ ବିଚାରାଧୀନ ରହିଛି। ଏଣୁ ସରକାରୀ ଭାବରେ ଅନାସ୍ଥା ଭୋଟର ଫଳାଫଳ ଘୋଷଣା କରାଯାଇ ନାହିଁ। ହାଇକୋର୍ଟଙ୍କ ରହିତାଦେଶ ହଟିବା ପରେ ଯାହା ନିର୍ଦ୍ଦେଶ ଆସିବ ସେହି ଅନୁସାରେ ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image