ପୁଣି ଆଉ ଏକ ଲଘୁଚାପ: ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨।୮ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା  କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଆକଳନ କରାଯାଉଛି । ବର୍ଷା ପାଇଁ ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।
ଅନ୍ୟପକ୍ଷେ ରାଜ୍ୟରେ ଶନିବାରଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି ।
ପୁଣି ୬ ତାରିଖରୁ ବର୍ଷାର ପରିମାଣ  ବଢିବ।  ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବ । ପୁଣି ବିଭିନ୍ନ ନଦୀର ଜଳସ୍ତର ଫୁଲିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri