ପୁଣି ଆଉ ଏକ ଲଘୁ ଚାପ

ଭୁବନେଶ୍ୱର ୧୬।୮ : ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଏହି ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ଖବର ଅନୁଯାୟୀ, ଉତ୍ତର-ପୂର୍ବ ତତ୍‌ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ଆସନ୍ତା ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅନୁମାନ କରାଯାଉଛି ।

Share