ପୁଣି ୧୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି ।
ରବିବାରଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Share