ପୁଣି ଯୁଦ୍ଧ: ଶତାଧିକ ନିହତ

ଗାଜା ସିଟି/ତେଲ୍‌ ଆଭିଭ୍‌,୨ା୧୨: ସପ୍ତାହେ ଧରି ଚାଲିଥିବା ସନ୍ଧି ଶେଷ ହେବା ପରେ ଶୁକ୍ରବାର ଗାଜା ଷ୍ଟ୍ରିପ୍‌ରେ ହମାସ୍‌ ସହ ଇସ୍ରାଏଲର ଯୁଦ୍ଧ ପୁଣି ଆରମ୍ଭ ହୋଇଛି। ଇସ୍ରାଏଲର ରକେଟ ମାଡ଼ରେ ଶତାଧିକ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଯୁଦ୍ଧ ପ୍ରଭାବିତ ଏହି ଭୂଖଣ୍ଡକୁ କଳାଧୂଅଁା ଆଚ୍ଛାଦିତ କରିଥିବାବେଳେ ଆକାଶମାର୍ଗରୁ ଫାଇଟର ଜେଟ୍‌ରୁ ଇସ୍ରାଏଲ ଲିଫ୍‌ଲେଟ୍‌ ଛାଡ଼ୁଛି, ଯହିଁରେ ଉଲ୍ଲେଖ କରାଯାଇଛି ‘ଗାଜା ସିଟି ଓ ଦକ୍ଷିଣ ଭାଗକୁ ତୁରନ୍ତ ଖାଲି କର।’ ଇସ୍ରାଏଲରେ ମଧ୍ୟ ଆତଙ୍କବାଦୀଙ୍କ ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତ ହେବାକୁ ସତର୍କତା ଲାଗି ସାଇରନ୍‌ ଗର୍ଜୁଛି। ସନ୍ଧି ଅବଧି ମଧ୍ୟରେ ହମାସ୍‌ ଶତାଧିକ ପଣବନ୍ଦୀଙ୍କୁ ଛାଡ଼ିଦେଇଥିବାବେଳେ ଏବେ ବି ସେମାନଙ୍କ କବଳରେ ୧୪୦ ଜଣ ରହିଛନ୍ତି। ସେମାନଙ୍କୁ ମୁକ୍ତକରି ଆଣିବା ପାଇଁ ଇସ୍ରାଏଲ ରାଷ୍ଟ୍ରପତି ଇସାକ୍‌ ହେର୍ଜୋଗ୍‌ ଦୁବାଇରେ ଚାଲିଥିବା କପ୍‌୨୮ ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହଯୋଗ ଲୋଡ଼ିଛନ୍ତି।
ସହିତ ମଧ୍ୟସ୍ଥ ଭୂମିକା ନେଇଥିବା କାତାର କହିଛି, ଅସ୍ତ୍ରବିରତି ପୁନଃ ଆରମ୍ଭ ପାଇଁ ଆଲୋଚନା ଉଦ୍ୟମ ଚାଲିଛି। ଏହାର ଦିନକ ପୂର୍ବରୁ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଇସ୍ରାଏଲୀ ଅଧିକାରୀମାନଙ୍କୁ ସାକ୍ଷାତ କରିଥିଲେ। ହମାସ୍‌କୁ ସମୂଳେ ବିନାଶ କରିବାବେଳେ ପାଲେଷ୍ଟିନୀୟ ନାଗରିକମାନଙ୍କ ସୁରକ୍ଷା ଦିଗରେ ଯନତ୍ଶୀଳ ହେବାକୁ ସେ ପରାମର୍ଶ ଦେଇଥିଲେ। ଶୁକ୍ରବାର କପ୍‌୨୮ରେ ଯୋଗଦେବା ପାଇଁ ଦୁବାଇ ଗସ୍ତ କରିଥିବା ବ୍ଲିଙ୍କେନ୍‌ ଆରବର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଅକ୍ଟୋବର ୭ରେ ହମାସ୍‌ର ଆକ୍ରମଣର ଜବାବ ଦେବାକୁ ଯାଇ ଇସ୍ରାଏଲର ପ୍ରତିଆକ୍ରମଣ ଯୋଗୁ ୨.୩ ନିୟୁତ ଜନସଂଖ୍ୟା ବିଶିଷ୍ଟ ଗାଜାରୁ ଅଧିକାଂଶ ଲୋକ ଗଣପଳାୟନ କଲେଣି। ଫଳରେ ସେଠାରେ ମାନବୀୟ ସଙ୍କଟ ଉପୁଜିଛି। ଲକ୍ଷ୍ୟ ହାସଲ ପର୍ଯ୍ୟନ୍ତ ଯୁଦ୍ଧ ଚାଲିବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଅଫିସ୍‌ କହିଛି। ଦିନକରେ ୧୦୯ ପାଲେଷ୍ଟିନୀୟ ନିହତ ହୋଇଥିବା ହମାସ୍‌ ନିୟନ୍ତ୍ରିତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri