Posted inଜାତୀୟ

ଆନ୍ଧ୍ରପ୍ରଦେଶ ଟ୍ରେନ୍‌ ଦୁର୍ଘଟଣା: ୮ ମୃତ ଅନେକେ ଆହତ, ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୦: ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲାରେ ରବିବାର ବିଳମ୍ବିତ ସନ୍ଧ୍ୟାରେ ୨ଟି ପାସେଞ୍ଜର ଟ୍ରେନ ମଧ୍ୟରେ ଧକ୍କା ହେବା ଫଳରେ ୮ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋଥାଭାଲାସା ମଣ୍ଡଳର କଣ୍ଟାକାପାଲୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ପଲାସା ଏକ୍ସପ୍ରେସ ଏବଂ ବିଶାଖାପାଟନମ-ରାୟାଗଡା ଯାତ୍ରୀବାହୀ ଟ୍ରେନ ପରସ୍ପର ସହ ମୁହାଁମୁହିଁ ହୋଇଥିଲେ।

ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ପୂର୍ବ ତଟ ରେଳବାଇ ମଧ୍ୟ ଏହି ଦୁର୍ଘଟଣା ସମ୍ପର୍କରେ ହେଲ୍ପଲାଇନ ନମ୍ବର ଜାରି କରିଛି।

0674- 2301625
0674- 2301525
0674- 2303069
BSNL- 08912746330/08912744619
Airtel- 8106053051/8106053052
BSNL SIM- 8500041670/8500041671

ସୂଚନା ଅନୁଯାୟୀ, ସମାନ ଟ୍ରାକରେ ଆସୁଥିବା ଦୁଇଟି ଯାତ୍ରୀବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ଟ୍ରେନର କୋଚ ଅନ୍ୟ ଏକ ଟ୍ରାକରେ ଖସିପଡିଥିଲା। ଆଜି ସାରେ ଆନ୍ଧ୍ରପ୍ରଦେଶର କାଣ୍ଟକାପାଲି ଏବଂ ଆଲମୋରା ଷ୍ଟେଶନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ଉଭୟ ଯାତ୍ରୀବାହୀ ଟ୍ରେନ ଓଡିଶାକୁ ଆସୁଥିଲା।

ଏହି ଘଟଣା ପରେ ପିଏମଓର ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥାବାର୍ତ୍ତା କରି ପରିସ୍ଥିତିର ଅନୁଧ୍ୟାନ କରିଥିଲେ। ପିଏମଓ ପକ୍ଷରୁ କୁହାଯାଇଛି ଯେ ଅଧିକାରୀମାନେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ମାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri