ଲାଲକିଲ୍ଲାରେ ଅଙ୍ଗନାୱାଡି ଦିଦି: ଭଲ କାମ କରି ହେଲେ ପୁରସ୍କୃତ

ଦାରିଙ୍ଗବାଡି,୧୫।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହି ଅଙ୍ଗନାୱାଡି କେନ୍ଦ୍ରର କର୍ମୀ ଲିଲି ପୁଷ୍ପିକା ଏକ୍କା ଏବେ ଦିଲ୍ଲୀରେ। ସେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଦିଲ୍ଲୀ ଡାକରା ପରେ ସୋମବାର ଦିଲ୍ଲୀ ଯାଇଛନ୍ତ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀଠାରେ ଥିବା ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଯୋଜନା ପକ୍ଷରୁ ଅଙ୍ଗନାୱାଡି କର୍ମୀ ଲିଲି ପୁଷ୍ପିକା ଏକ୍କାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାର ବିଭାଗୀୟ ରାଜ୍ୟ ମନ୍ତ୍ରୀ ସାବିତ୍ରୀ ଠାକୁର ତାଙ୍କୁ ପ୍ରଦାନ କରିଛନ୍ତି । ଏଥିସହ ସଭାରେ ଉପସ୍ଥିତ ଲୋକଙ୍କ ସମ୍ମୁଖରେ ଲିଲି ପୁଷ୍ପିକାଙ୍କୁ ପ୍ରଶଂସା କରାଯାଇଛି।
ପ୍ରକାଶଯେ ଅଙ୍ଗନାୱାଡି କର୍ମୀ ଲିଲି ପୁଷ୍ପିକା ଏକ୍କା ରାଜ୍ୟସରକାର ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ କେନ୍ଦ୍ରରେ ସଫଳତାର ସହ କାର୍ଯ୍ୟକାରୀ କରିବା ସହ ଶିଶୁଙ୍କ ଯତ୍ନକୁ ସଠିକ ଦିଗରେ ନିଅନ୍ତି । ସେହିପରି କେନ୍ଦ୍ରକୁ ସଫା ରଖିବା ସହ ପନିପରିବା ଚାଷ କରି ଛାତ୍ରୀଛାତ୍ରଙ୍କୁ ରନ୍ଧା ଖାଦ୍ୟରେ ଦିଅନ୍ତି। ସେହିପରି କେନ୍ଦ୍ର ପରିସରରେ ଫୁଲ ଗଛ ସହ ଅନ୍ୟାନ୍ୟ ଗଛ ଲଗାଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image