ଅଙ୍ଗନଓ୍ବାଡି କେନ୍ଦ୍ରରେ ସକାଳ ୭ରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ ପର୍ଯ୍ୟନ୍ତ ଚାଲିବ। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ। ପୁନଶ୍ଚ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି।

Share