୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହେଲେ ଶିଶୁ କନ୍ୟାଟି ହଜି ଯାଇଥିବା ନେଇ ଶୁକ୍ରବାର ଥାନାରେ ଏକ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୭୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ଶନିବାର ଘରଠାରୁ ୧୦୦ମିଟର ଦୂର ଏକ ଏକ ମହୁଲ ଗଛ ମୂଳରୁ ଶିଶୁର ରକ୍ତ ଜୁଡୁବୁଡୁ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ଛାନଭିନ୍‌ ଚଳାଇଛି l

ମିଳିଥିବା ସୂଚନା ମୁତାବକ, ଗୁରୁବାର ମଧ୍ୟାହ୍ନରେ କଙ୍କରେଇ ପିଢଖମଣ ଗାଁର ୫ବର୍ଷର ଶିଶୁ କନ୍ୟା କେଉଁଆଡେ ନିଖୋଜ ହୋଇଯାଇଥିଲେ l ଏନେଇ ପରିବା ଲୋକ ବହୁ ଖୋଜାଖୋଜି ପରେ ଝିଅର କୌଣସି ସନ୍ଧାନ ନ ମିଳିବାରୁ ଶୁକ୍ରବାର ନିଶା ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଥିଲା। ଶନିବାର ଘର ଠାରୁ ୧୦୦ମିଟର ଦୂରରେ ଥିବା ମହୁଲ ଗଛ ମୂଳରେ ଶିଶୁକନ୍ୟାଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ତେବେ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରି ସଠିକ୍‌ ତଦନ୍ତ ଦାବି କରିଛନ୍ତି।

ଖବର ପାଇ ପୋଲିସ ଶିଶୁକନ୍ୟାଙ୍କ ମୃତଦେହ ଜବତ କରି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ କରୁଛି। ଅନ୍ୟପକ୍ଷେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅଟକ ଯୁବକଙ୍କ ଘରେ ରକ୍ତ ଛିଟା ପଡ଼ିଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ...

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ...

ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ...

ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି।...

ମଇଁଷି ଚୋରି ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼, ୧୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ବଳଭଦ୍ର ଗ୍ରାମରୁ ବୁଧବାର ରାତିରେ ଦୁଇଗୋଟି ମଇଁଷି ଚୋରି ଅଭିଯୋଗରେ...

ଚକୋଲେଟ୍‌ ଦେଇ ଶିଶୁକୁ କରିନେଲେ ଅପହରଣ

ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା...

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ...

ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ

ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image