ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା

କେନ୍ଦ୍ରାପଡ଼ା, ୧୪ା୬ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ମୃତ୍ୟୁ ଆଡକୁ ଠେଲି ହେଉଛନ୍ତି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ ୮୬.୨୬ ମିଲିୟନ କ୍ୟୁବିକ ମିଟର(ଏମ୍‌ସିଏମ୍‌) ଜଳ ଉଠାଯାଉଛି। ସେହିପରି ଶିଳ୍ପ ପ୍ରଦୂଷଣରେ ଅନୁଗୋଳ ଓ ଭିତରକନିକା ମଧ୍ୟରେ ଥିବା ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ରିପୋର୍ଟରୁ ପ୍ରକାଶ ପାଇଛି।
ଭିତରକନିକା ଜୈବ ବିବିଧତା ଓ ଏହାର ସମନ୍ବିତ ପରିଚାଳନା ସମ୍ପର୍କରେ ରିସର୍ଚ୍ଚ କରୁଥିବା ଅଧ୍ୟାପକ ଦେବୀ ପ୍ରସାଦ ସାହୁ, ଅଧ୍ୟାପକ ଶରତ କୁମାର ସାହୁ ଓ ଅଧ୍ୟାପକ କ୍ଷିତୀଶ କୁମାର ସିଂ କହିଛନ୍ତି, ଭିତରକନିକା ପରିବେଶ ଏବେ ଉଦ୍‌ବେଗଜନକ ସ୍ଥିତି ଆଡକୁ ଯାଉଛି। ପ୍ରତ୍ୟେକ ଦିନ ଏହି ଆର୍ଦ୍ରଭୂମିରେ ଜମା ହେଉଥିବା ପ୍ରଦୂଷିତ ଜଳ ଜୀବଜଗତ ପ୍ରତି ବିପଦ ସାଜିଛି। କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ପକ୍ଷରୁ ୨୦୦୮ରୁ ୨୦୨୨ ମସିହା ମଧ୍ୟରେ ବ୍ରାହ୍ମଣୀ, ବୈତରଣୀ ଅବବାହିକାର ଜଳ ସମ୍ପର୍କରେ ଅନୁଧ୍ୟାନ କରାଯାଇ ପ୍ରସ୍ତୁତ ରିପୋର୍ଟରେ ଉଲ୍ଲେଖ ହୋଇଛି। ଏଥିସହିତ ଭିତରକନିକାକୁ ପ୍ରବେଶ କରୁଥିବା ଜଳ ଉତ୍ସ ଉପରେ ନିର୍ଭର କରୁଥିବା ଲୁହା ଓ ଆଲୁମିନିୟମ ଶିଳ୍ପ, ସିମେଣ୍ଟ, ଫେରୋକ୍ରମ, ସାର କାରଖାନା ଆଦିର ଜଳ ଗ୍ରହଣ ଏବଂ ପ୍ରଦୂଷିତ ଜଳ ପ୍ରେରଣକୁ ନେଇ ଅନୁଧ୍ୟାନ ହୋଇଥିଲା। ଏହି ଅନୁଧ୍ୟାନରେ ବ୍ରାହ୍ମଣୀ ଜଳ ଶିଳ୍ପ ପାଇଁ ଅଧିକ ପ୍ରଦୂଷିତ ହେଉଥିବା ଦର୍ଶାଯାଇଛି। ଏପରିକି ଅନୁଗୋଳଠାରେ ପାଣି ନମୁନା ଓ ଭିତରକନିକା ପାଣି ନମୁନା ମଧ୍ୟରେ ୧୦ଗୁଣ ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି। ଭିତରକନିକା ଜୈବ ବିବିଧତା ସୁରକ୍ଷାରେ ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ଜଳ ଗୁରୁତ୍ୱ ବହନ କରୁଛି। ତେବେ ଏଥିମଧ୍ୟରୁ ସର୍ବାଧିକ ଜଳ ବ୍ରାହ୍ମଣୀ ନଦୀ ଯୋଗାଇଥାଏ। ଏହି ନଦୀ ଅବବାହିକାରେ ଜନସଂଖ୍ୟା ବୃଦ୍ଧିକୁ ତାଳ ଦେଇ ଶିଳ୍ପ ସଂଖ୍ୟା ବୃଦ୍ଧି ପାଉଛି। ଶିଳ୍ପରୁ ବାହାରୁଥିବା ଫ୍ଲାଏ ଆଶ୍‌ ବା ଉଡ଼ନ୍ତା ପାଉଁଶର ନିୟନ୍ତ୍ରଣ ପାଇଁ ଜଳର ଆବଶ୍ୟକତା ଅଛି। ଶିଳ୍ପ ଓ ଖଣି କାର୍ଯ୍ୟ ପାଇଁ ବର୍ଷକୁ ୮୬.୨୬ ଏମ୍‌ସିଏମ୍‌ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ ହେଉଛି। ନଦୀ ଅବବାହିକାରେ ଥିବା ଅନୂ୍ୟନ ୧୦ ଖଣି ପାଇଁ ଦୈନିକ ୧୫,୮୦୦ କିଲୋ ଲିଟର ପାଣିବ୍ୟବହାର ହେଉଛି। ଏହାବ୍ୟତୀତ ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପାନୀୟ ଜଳ ଓ ଚାଷ ପାଇଁ ମେଗା ପ୍ରକଳ୍ପମାନ ପ୍ରତିଷ୍ଠା ହୋଇଛି। ଶିଳ୍ପରୁ ବାହାରୁଥିବା ପ୍ରଦୂଷିତ ଜଳ ନଦୀକୁ ବିଷାକ୍ତ କରୁଥିବା ବେଳେ ଶିଳ୍ପ ଓ ଜନସାଧାରଣଙ୍କ ଆବଶ୍ୟକତା ପାଇଁ ନଦୀରେ ଜଳସଙ୍କଟ ଆରମ୍ଭ ହୋଇଛି। ଏହି କେନ୍ଦ୍ରୀୟ ବିଭାଗର ୨୦୧୩ ମସିହା ରିପୋର୍ଟ ମଧ୍ୟ ଅନୁରୂପ ମତ ଉଲ୍ଲେଖ କରିଛି। ଭିତରକନିକାରେ ଜମା ହେଉଥିବା ବିଷାକ୍ତ ଜଳ ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ସମେତ ଜୈବ ବିବିଧତା ପ୍ରତି ବିପଦ ସାଜିଛି। ବିଷାକ୍ତ ଜଳର ବିଶୁଦ୍ଧୀକରଣ ବ୍ୟବସ୍ଥା ସମ୍ପର୍କରେ ଅଦ୍ୟାବଧି କୌଣସି ଯୋଜନା ପ୍ରସ୍ତୁତ ହୋଇନାହିଁ। ଏପରିକି ନିକଟରେ ଥିବା ଧାମରା ଓ ପାରାଦୀପ ବନ୍ଦରକୁ ବଡ ଜାହାଜ ଓ ନିକଟସ୍ଥ ଅଏଲ ରିଫାଇନେରିରୁ ତେଲ ଲିକ୍‌ ହେବାର ସମ୍ଭାବନା ଅଛି। ଏହି ବିପଦରୁ ମୁକ୍ତ ପାଇଁ ଓ ଜୈବ ବିବିଧତା ସମନ୍ବିତ ପରିଚାଳନା ପାଇଁ ପର୍ଯ୍ୟାବରଣ ବିଭାଗ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଏହି ରିସର୍ଚ୍ଚରମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri