ଖୋର୍ଦ୍ଧା ଅଫିସ,୨୩ା୩: ଖୋର୍ଦ୍ଧା ଜିଲା ବିଜେଡିର ନୂତନ ସଭାପତି ଏବଂ କର୍ମକର୍ତ୍ତାଙ୍କ ନାମ ଗୁରୁବାର ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନେତା ବିଭୂତି ବଳବନ୍ତରାୟଙ୍କୁ ଦଳର ସଭାପତି ଭାବେ ନିଯୁକ୍ତି ଦେଇଥିବା ବେଳେ ରାମଚନ୍ଦ୍ର ମହାପାତ୍ରଙ୍କୁ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି। ନୂତନ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ସେହିପରି ୩୩ ଜଣଙ୍କୁ ସାଧରଣ ସମ୍ପାଦକ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ୪୨ ଜଣଙ୍କୁ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଛି।