ଲାଞ୍ଜିଗଡ DAV ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

ଲାଞ୍ଜିଗଡ, ୩୧।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସ୍ଥିତ ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛିI ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଇଓ ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଏଫଓ ଏସ. ସୁରେଶ ଓ ମୁଖ୍ୟ ବକ୍ତା ଭାବେ କଳାହାଣ୍ଡି ଇଞ୍ଜିନେରିଙ୍ଗ କଲେଜ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ଯୋଗଯୋଗ ଦେଇଥିଲେ l

କାର୍ଯ୍ୟକ୍ରମର ସର୍ବପ୍ରଥମେ ମୁଖ୍ୟ ଅତିଥି ଦୀପ ପ୍ରଜ୍ଜ୍ୱଳନ କରି ବାର୍ଷିକୋତ୍ସବର ଶୁଭାରମ୍ଭ କରିଥିଲେ l ବିଦ୍ୟାଳୟ ଅଧ୍ୟକ୍ଷ ସଦାନନ୍ଦ ହୋତା ସ୍ୱାଗତ ଅଭିଭାଷଣ ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ l ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥି ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କ ବୌଦ୍ଧିକ ବିକାଶ ସହ ଚାରିତ୍ରିକ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ ତା ସହିତ କଠିନ ପରିଶ୍ରମ ଓ ଦୁର୍ବାର ଇଚ୍ଛାଶକ୍ତି ହିଁ ଛାତ୍ରଛାତ୍ରୀମାନଙ୍କ ଉନ୍ନତିର ମୂଳ କାରଣ ଅଟେ ବୋଲି ମତବ୍ୟକ୍ତ କରିଥିଲେ l “ଯେଉଁ ସ୍ବପ୍ନ ନିଦରେ ଦେଖାଯାଏ ତାହା ସ୍ବପ୍ନ ନୁହେଁ “ଏବଂ “ଯେଉଁ ସ୍ବପ୍ନ ନିଦ ଛଡ଼ାଇନିଏ ସେ ହେଉଛି ବିଦ୍ୟାର୍ଥୀଙ୍କ ପ୍ରକୁତ ସ୍ୱପ୍ନ ” ବୋଲି ଅତିଥି ମତ ବ୍ୟକ୍ତ କରିଥିଲେ I

ସେହିପରି ମୁଖ୍ୟବକ୍ତା ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ବିଦ୍ୟାଳୟ ଓ ଛାତ୍ରୀଛାତ୍ରୀମାନଙ୍କର ଉଚ୍ଚ ପ୍ରଶଂସା ସହ ଭବିଷ୍ୟତ ମଙ୍ଗଳ କାମନା କରିଥିଲେ l ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ବିଦ୍ୟାଳୟର ଛାତ୍ରୀ ରମଣ ପୃଷ୍ଟି , ସମ୍ପର୍ଣ୍ଣI ପ୍ରଧାନ, ସୁଶ୍ରୀ ସୌମ୍ୟା, ପ୍ରିୟଦର୍ଶିନୀ ପାଠୀ, ମେହେକ ସ୍ୱାଇଁ, ତମନ୍ନା ମୋହିନୀ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ I ଶେଷରେ ଆନୁଷ୍ଠାନିକ ଭାବରେ ଶିକ୍ଷକ ଜିତେନ୍ଦ୍ର କୁମାର ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସାରିବା ପରେ ସାମୁହିକ ଜାତୀୟ ସଂଗୀତ ଗାନ କରି ମହୋତ୍ସବଟିର ପରି ସମାପ୍ତି ଘୋଷଣା କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ କର୍ମଚାରୀ ମାନେ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri