Advertisement

ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ଲାଞ୍ଜିଗଡ଼,୧୨।୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପିଭିଟିଜି ବାଳକ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ବୁଧବାର ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି I ସ୍କୁଲର ପ୍ରଧାନ ଶିକ୍ଷକ ହରି ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଟିଆ କନ୍ଧ ଉନ୍ନୟନ ସଂସ୍ଥI ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟକାନ୍ତ ଭୁଇ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଛତ୍ରପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରବିନ୍ଦ ପଟ୍ଟନାୟକ ଯୋଗ ଦେଇଥିଲେ I ସମ୍ମାନିତ ଅତିଥି ଭାବେ ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ ବଳିୟାର ସିଙ୍ଗ, ବାତେଲିମା ପଞ୍ଚାୟତ ସରପଞ୍ଚ କରୁଣା ମାଝୀ, ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବସନ୍ତ କୁମାର ମାଝୀ, ସ୍କୁଲ ପରିଚାଳନା କମିଟି ସଭାପତି ସହଦେବ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ I

ଅତିଥି ମାନଙ୍କ ଦ୍ୱାରା ସରସ୍ବତୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଥିଲା। ବିଦ୍ୟାଳୟର ଛାତ୍ରମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପୁରସ୍କୃତ ହୋଇଥିବାବେଳେ ଅତିଥିମାନେ କୃତି ଛାତ୍ରମାନଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ପଦ୍ମନ ମାଝୀ, ଚିତ୍ତ ମାଝୀ, ରାଜେନ୍ଦ୍ର ମାଝୀ, ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଯୋଗେଶ୍ୱର ମାଝୀ ପ୍ରମୂଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଏହି ଅବସରରେ ବିଦ୍ୟାଳୟର ଛାତ୍ର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମଟିକୁ ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟାରାଣୀ ମାଝୀ ଏବଂ ରିନା ମାଝୀ ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ I