Advertisement

ରାଜ୍ୟରୁ ଆଉ ୧୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ସୁସ୍ଥତା ହାର ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୭ ଜଣ, କଟକରୁ ୨୧,ବାଲେଶ୍ୱରରୁ ୬, ରାୟଗଡ଼ାରୁ ୫, ସୁନ୍ଦରଗଡ଼ରୁ ୫ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦୁଝର, କୋରାପୁଟ,ନୟାଗଡ଼, ପୁରୀରୁ ୨ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ଦେବଗଡ଼, ଯାଜପୁର ଏବଂ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel