ରାଜ୍ୟରେ ସୁସ୍ଥ ହେଲେ ୧୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ରାଜ୍ୟରେ ୧୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାଏ ମୋଟ ୧୨ ଲକ୍ଷ ୭୬ ହଜାର ୯୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୦ ଜଣ ସୁସ୍ଥ ହୋଇଛନ୍ତି ।

 

Share