ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୩ ଜଣ ସୁସ୍ଥ ହୋଇଥିବା ବେଳେ ଢେଙ୍କାନାଳ, ଯାଜପୁର, କଳାହାଣ୍ଡି , ଏବଂ ନବରଙ୍ଗପୁରରୁ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୋଳ, ଭଦ୍ରକ, ଜଗତ୍ସିଂହପୁର, ମାଲକାନଗିରି, ନୂଆପଡା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।