ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ , ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା , ସୁନ୍ଦରଗଡ଼ ଜିଲାରୁ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରହିଥିବା ବେଳେ ବାଲେଶ୍ୱର, ଦେବଗଡ଼, ନୟାଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share