ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୫୩୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୯୫୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 

Share