ଭୁବନେଶ୍ୱରୁ ଆଜି ପୁଣି ୨୭୧ ପଜିିଟିଭ୍‌ ଚିହ୍ନଟ: ଲୋକାଲ କେସ୍‌ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୦୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୫୭୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୨୨୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 

Share