ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ଧରି ଲାଗି ରହିଥିବା ଝଡ଼ବର୍ଷା ଯୋଗୁ ଗ୍ରୀଷ୍ମ ପ୍ରକୋପ ହ୍ରାସପାଇଛି। ପାରଦ ୩୮ ଡିଗ୍ରୀ ସେଲ୍ସିୟସ୍ ତଳେ ରହିଛି। ଆସନ୍ତା ୩ ଦିନ ଯାଏ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ହେବ ବୋଲି ଅନୁମାନ କରାଯାଇଛି।