ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଇନ୍‌ଷ୍ଟିଚ୍ୟୁଶନାଲ ଏବଂ ୧୧୮ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪, ୧୭୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୪୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୭୩୦ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୩ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।

Share