ଭୁବନେଶ୍ୱର, ୨୨।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଏବଂ ୨୪୪ ଜଣ ଲୋକାଲ୍ କେସ୍ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିସହିତ ରାଜଧାନୀରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୨୪୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୫ ହଜାର ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ ଆରୋଗ୍ୟ ଲାଭ କରିଥିବା ଜଣାପଡ଼ିଛି। ସେହିଭଳି ୩ ହଜାର ୮୦୬ ଜଣ ଆକ୍ଟିଭ କେସ୍ ରହିଥିବାବେଳେ ୬୯ ଜଣଙ୍କ ମୃତ୍ୟୁ ହୋଇଛି।