ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଯୋଗୁ ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି।