ଆହୁରି ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର,୫ା୫(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ନାହିଁ। ଗତ କିଛିଦିନ ହେବ ଲାଗିରହିଥିବା ଝଡ଼ବର୍ଷା ତାତି କମାଇ ଦେଇଛି। ପାରଦ ତଳମୁହାଁ ରହିଛି। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ସବୁଠି ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମଙ୍ଗଳବାର ବାଲେଶ୍ୱରରେ ସର୍ବାଧିକ ୨୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୨୨.୮, ପାରାଦୀପ ୩୫.୭, ଅନୁଗୋଳ ୧୧, ସମ୍ବଲପୁର ୨.୨, ସୁନ୍ଦରଗଡ଼ ୪, ହୀରାକୁଦ ୧୧.୮, ଭୁବନେଶ୍ୱର ୫.୨, ଦାରିଙ୍ଗବାଡି ୨, ସୋନପୁର ୨.୬, ତାଳଚେରରେ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଆସନ୍ତା ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହିପରି ୮ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

Share