ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୮୦୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫୩ ଜଣ ଥିବା ବେଳେ ଅନୁଗୋଳରୁ ୩୫, ବାଲେଶ୍ୱରରୁ ୯, ବରଗଡ଼ରୁ ୨୨ , ଭଦ୍ରକରୁ ୧୦, ବଲାଙ୍ଗୀରରୁ ୩୨, ବୌଦ୍ଧରୁ ୧, କଟକରୁ ୩୪ , ଦେବଗଡ଼ରୁ ୨, ଢେଙ୍କାନାଳରୁ ୧ ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୫, ଯାଜପୁରର ୭ , ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୭, କେନ୍ଦ୍ରାପଡ଼ାରୁ ୧୬, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୪୪, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୫ , ନୟାଗଡ଼ରୁ ୨, ନୂଆପଡ଼ାରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୧ ଓ ଷ୍ଟେଟ ପୁଲ୍‌ରୁ ୧୦ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ଶନିବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଓ ଜଗତ୍‌ସିଂହପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।

Share