ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦ଟି ଲୋକାଲ କେସ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜଧାନୀର କେଉଁ କେଉଁ ଅଞ୍ଚଳରୁ ୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ସେ ନେଇ ତଥ୍ୟ ପ୍ରକାଶ କରିଛି ବିଏମସି। ତଳେ ଦିଆଯାଇଥିବା ତଥ୍ୟ ଉପରେ ନଜର ପକାନ୍ତୁ…

 

Share