ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୧୪୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।
Update on newly detected #COVID19 cases in the last
24 hrs under the BMC area on 31st Jan (till 9am). pic.twitter.com/JpCqRAe1TZ— BMC (@bmcbbsr) January 31, 2021