ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ସେଠାରେ ତାଙ୍କ ସ୍ବାବ ନମୁନା ପରୀକ୍ଷା ପରେ ପଜିଟିଭ ଆସିଥିଲା। ଫଳରେ ତାଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ବରଗଡ଼