ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ମଧ୍ୟପ୍ରଦେଶ ଉପରେ ଏକ ଓ୍ବେଲ୍ ମାର୍କ ଲୋପ୍ରେସର ରହିଛି। ଏଥିସହିତ ମୌସୁମୀ ଟ୍ରାପ୍ଲାଇନ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।