ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୩।୭: ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଉତ୍ତର ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଅନ୍ୟପକ୍ଷେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ ଏବଂ ଗଜପତି ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri