ଆଙ୍କାରା,୨୫ା୨: ଶନିବାର ତୁର୍କୀରେ ପୁଣି ଥରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। କେନ୍ଦ୍ରୀୟ ତୁର୍କୀ ଅଞ୍ଚଳରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରହିଛି। ଏନେଇ ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର ଏହି ସୂଚନା ଦେଇଛି।
ସୂଚନାଯୋଗ୍ୟ, ଫେବୃୟାରୀ ୬ରେ ତୁର୍କୀ ଏବଂ ସିରିଆରେ ଘଟିଥିବା ଭୟଙ୍କର ଭୂକମ୍ପରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୫୦୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କେବଳ ତୁର୍କୀରେ ୪୪,୦୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି।